Latest Odisha News

BREAKING NEWS

ଆସନ୍ତାକାଲିଠୁ ପ୍ରବଳ ଛେଚିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବ ।

ସେହିପରି ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି, ଓ କୋରାପୁଟ ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ଭିତରେ ସମୁଦ୍ର ଭିତରକୁ ମାଛ ଧରିବାକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।

Leave A Reply

Your email address will not be published.