Latest Odisha News

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଦିନ ୨୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଓଡିଶାର ଉପରି ଭାଗରେ ଏକ ମନସୁନ୍ ଟ୍ରପଲାଇନ୍ ମଧ୍ୟ ରହିଛି ।

ଯାହାର ପ୍ରଭାବରେ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟିଏ କିମ୍ବ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଆହୁରି ମଧ୍ୟ ସେପ୍ଟେମ୍ବର ୧୭ ତାରିଖ ଯାଏଁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଜଳବାୟୁ ପରିସ୍ଥିତିକୁ ନଜରରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପ୍ଟେମ୍ବର ୧୨ (ଅରେଞ୍ଜ ୱାର୍ଣ୍ଣିଂ)

ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ ଓ ଦେବ ଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

(ୟେଲୋ ୱାର୍ଣ୍ଣିଂ)

ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, କୋରାପୁଟ, ବରଗଡ, ବଲାଙ୍ଗିର, ସୋନପୁର

ସେପ୍ଟେମ୍ବର ୧୩ (ୟେଲୋ ୱାର୍ଣ୍ଣିଂ)

କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ନବରଙ୍ଗପୁର ଓ ସୁନ୍ଦରଗଡ

ତେବେ ଏହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସଜୀବି ମାନଙ୍କୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.