Latest Odisha News

BREAKING NEWS

ଆଜି ୫ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ବର:ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଦକ୍ଷିଣ ଝାଡ଼ଖଣ୍ଡ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ମୌସୁମୀ ନିମ୍ନଚାପରେଖା ଏବଂ ଦକ୍ଷିଣ-ପୂର୍ବ ରାଜସ୍ଥାନରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନଚାପରେଖା ଲମ୍ବିଛି। ତେବେ ଏହାର ପ୍ରଭାବରେ ଜୁଲାଇ ୭ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ରହିଛି ।

ଆଜି ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, ବୌଦ୍ଧ ଏବଂ ନୂଆପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲାକୁ ୟଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି ।

୪ ତାରିଖ ବରଗଡ଼, ବଲାଙ୍ଗୀର ଓ ସୋନପୁରରେ ପ୍ରବଳ ବର୍ଷା ହୋଇପାରେ । ୫ରେ ବର୍ଷା ପରିମାଣ ବଢ଼ିପାରେ ; ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଓ ବୈତରଣୀ ନଦୀର ଜଳସ୍ତର ହ୍ରାସ ପାଇବା ସହ ବିପଦ ସଙ୍କେତ ତଳେ ରହିଛି । କେନ୍ଦୁଝର ଯୋଡ଼ା କାନପୁର ଡ୍ୟାମ୍‌ର ସ୍ପିଲ୍ ୱେ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ୍‌ର ସ୍ପିଲ୍ ୱେ ଉପରେ ଜଳ ପ୍ରବାହିତ । ତେବେ ତଳି ଅଞ୍ଚଳରେ ବନ୍ୟା ଭୟ ନଥିବା ଡ୍ୟାମ୍ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ସୂଚନା ରହଛି ।

Comments are closed.