ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଅବପାତର ରୂପ ନେଉଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏଥିସହିତ ପ୍ରବଳ ବର୍ଷା ଓ ଝଡତୋଫାନର ଆଶଙ୍କା ନେଇ ପାଖାପାଖି ୧୫ଟି ଜିଲ୍ଲାକୁ ବିଭାଗ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଅନ୍ୟପକ୍ଷରେ କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୬୦ ରୁ ୭୦ କିମି ରହିବା ନେଇ ଆଶଙ୍କା ରହିଛି ।
ତେବେ ଜିଲ୍ଲାଗୁଡିକ ମଧ୍ୟରେ ଭୁବନେଶ୍ୱର, କଟକ ସମେତ ପାରାଦ୍ୱୀପ,ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଯାଜପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡ. ନୟାଗଡ, ବୌଦ୍ଧ, ପୁରୀ, ଖୋର୍ଦ୍ଧା ରହିଛି । ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବି ମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରାଯାଇଛି ।
Comments are closed.