Latest Odisha News

BREAKING NEWS

୫ ଜିଲ୍ଲାକୁ ପ୍ରବଳ ବର୍ଷାର ରେଡ୍ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ୫ ଜିଲ୍ଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଓ ଦେବଗଡରେ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସମ୍ଭାବନା ରହିଛି । ତେଣୁ ଏହି ୫ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯିବା ସହ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ସେହିପରି ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, କେଉଁଝର ଏବଂ ମୟୂରଭଂଜରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଏବଂ ବାଲେଶ୍ୱରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।

Leave A Reply

Your email address will not be published.