Latest Odisha News

BREAKING NEWS

ପ୍ରବଳ ବର୍ଷା ସମ୍ଭାବନା; ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:ଓଡ଼ିଶାର ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ରହିବ ବୋଲି ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଗଞ୍ଜାମ, ବାଲେଶ୍ବର,ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ରାଜ୍ୟର ୧୩ଟି ଜିଲ୍ଲାରେ ପବନ ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ଯୋଗୁଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ ‌କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଉତ୍ତର ଉପକୂଳ ସମେତ ମାଲକାନାଗିରି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଖୋର୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ଘଡଘଡି ସହ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜୁନ ୪ ତାରିଖ ଦିନ ମଧ୍ୟ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ଥିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। କନ୍ଧମାଳ, ନୟାଗଡ଼, ଗଞ୍ଜାମ, କଟକ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବା‌ଲେଶ୍ବରରେ ବର୍ଷା ପବନ ସହ ବିଜୁଳି, ଘଡ଼ଘଡ଼ି ହେବ ବୋଲି ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.