ଭୁବନେଶ୍ବର: ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ୨୫ ତାରିଖ ଆସନ୍ତାକାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ। ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ। ଉତ୍ତରପଶ୍ଚିମ ଓ ଆଗକୁ ଦୁଇଟି ଲଘୁଚାପ ଆସୁଥିବା ବେଳେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି। କୋରାପୁଟ ଜିଲ୍ଲାର ସବୁ ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି।
ସେହିପରି ସମ୍ବଲପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିଛି। ଜଗନ୍ନାଥ କଲୋନି ରାସ୍ତାରେ ପାଣି ଲହଡ଼ି ଭାଙ୍ଗୁଛି। ସାକ୍ଷୀପଡ଼ାରୁ ଜଗନ୍ନାଥ କଲୋନି ସଂଯୋଗ କରୁଥିବା ଅଣ୍ଡରପାସ୍ରେ ମଧ୍ୟ ଆଣ୍ଠୁଏ ଉଚ୍ଚର ପାଣି ଜମିଛି। ଯଦି ବର୍ଷା ଲାଗି ରହେ ବିଭିନ୍ନ ଘରକୁ ପାଣି ପଶିବାର ଆଶଙ୍କା କରାଯାଉଛି। ସେହିପରି ଦାନୀପାଲି ଅଞ୍ଚଳରେ ମଧ୍ୟ ସମାନ ସ୍ଥିତି ଉତ୍ପନ୍ନ ହୋଇଛି । ଡ୍ରେନେଜ୍ ବ୍ୟବସ୍ଥା ଠିକ୍ ନଥିବାରୁ ଗୋଟିଏ ଦିନର ବର୍ଷାରେ ବେହାଲ ହୋଇପଡ଼ିଛି ସମ୍ବଲପୁର ସହର ।
ସେପଟେ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି । ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବାମ ପାର୍ଶ୍ୱର ୮ ଓ ଡାହାଣ ପାର୍ଶ୍ଵର ୪ଟି ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳସ୍ତର ୬୨୯.୯୭ ଫୁଟ ରହିଛି । ୨ ଲକ୍ଷ ୫ ହଜାର ୪୨୬ କ୍ୟୁସେକ ଜଳ ଡ୍ୟାମକୁ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।
Comments are closed.