ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତରପଶ୍ଚିମଦିଗରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳ ଓ ଝାଡ଼ଖଣ୍ଡ ଆଡ଼କୁ ଗତି କରୁଛି। ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ସମୟରେ ପବନର ବେଗ ଅଧିକ ରହିବା ଆଶଙ୍କା ଥିବାରୁ କଚ୍ଚା ଘର ଓ ତଳିଆ ଅଞ୍ଚଳରେ ଥିବା ଘରଗୁଡିକ କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି। ଏଥିପାଇଁ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
Comments are closed.