Latest Odisha News

୧୯ ରେ ଆଉ ଏକ ଲଘୁଚାପ; ଆସନ୍ତାକାଲିଠୁ ଆହୁରି ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟ‌‌‌ରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ୧୮ ତାରିଖ ଦିନ ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଏବଂ ୧୯ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତ ୧୪ ତାରିଖ‌ରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗତ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି ।

ଆଜି ଲଘୁଚାପ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ରହିଥିଲା। ଆସନ୍ତକାଲି ସାମାନ୍ୟ ପଶ୍ଚିମକୁ ଗତି କରି ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିବ। ୧୯ରେ ପୁଣି ଓଡ଼ିଶା, ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗରରେ ରହିବ। ୨୦ରେ ଉତ୍ତର ଓଡ଼ିଶା, ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଉପରେ ରହିବ। ମୌସୁମୀ ସକ୍ରିୟ ହେତୁ ଆସନ୍ତାକାଲିଠୁ ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

Leave A Reply

Your email address will not be published.