ଭୁବନେଶ୍ବର:ଗଭୀର ଅବପାତ ଯୋଗୁଁ ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଲାଗି ରହିଛି । ଫଳରେ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିବେ।
ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ଗଞ୍ଜାମ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବେ। ଏହି ସମୟରେ କୋରାପୁଟ ଜିଲ୍ଲାର କୋଟପାଡ଼ଠାରେ ବନ୍ୟା ସ୍ଥିତି ସମୀକ୍ଷା କରିବେ। ଜୟପୁରଠାରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।
ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ବତନ୍ତ୍ର ରିଲିଫ କମିସନର ରାଜେଶ ପ୍ରଭାକର ପାଟିଲ୍ ବନ୍ୟାଞ୍ଚଳ ପରିଦର୍ଶନ କରିବେ ।

