Latest Odisha News

BREAKING NEWS

ସତର୍କ ରୁହନ୍ତୁ ! ପ୍ରବଳ ବର୍ଷା ଓ ବିଜୁଳି, ଘଡ଼ଘଡି ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଦୁର୍ବଳ ହୋଇଛି ଲଘୁଚାପ। ଏହା ଘୂର୍ଣ୍ଣିବଳୟ ଭାବେ ଛତିଶଗଡ ଉପରେ ରହିଛି। ତଥାପି ଏହାର ପ୍ରଭାବରେ ଆସନ୍ତାକାଲି ଯାଏ ବର୍ଷା ରହିବ। ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ରହିବ। ଝଡତୋଫାନ ମଧ୍ୟ ବୋହିବ। ଏନେଇ ଆଗାମୀ ୩ ଘଣ୍ଟିଆ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କଟକ, ଭୁବନେଶ୍ୱର, ନୟାଗଡ, ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡି ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବ। ଏନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ସେହିପରି ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଉତ୍ତର ଓଡ଼ିଶାରେ କିଛି ଭଲ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଦିନକ ପରେ ବି ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ରାଜ୍ୟରେ ଜାରି ରହିବ । ଫଳରେ ଆଗାମୀ ୭ ଦିନ ଯାଏଁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ନାହିଁ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଟ୍ବିନ୍‌ସିଟି ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.