Latest Odisha News

BREAKING NEWS

ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତରାଞ୍ଚଳ ଓ ପଶ୍ଚିମାଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ବୋଲ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଆଗାମୀ ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରର ଉତ୍ତରଦିଗରେ ଏକ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି । ତେବେ ଜୁନ ୨୭ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଜୁନ ୨୬ ଓ ୨୯ ତାରିଖରେ ରାଜ୍ୟର ଉତ୍ତରାଞ୍ଚଳ, ପଶ୍ଚିମାଞ୍ଚଳ ଏବଂ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଅତି ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଷକ ଶରତ ଚନ୍ଦ୍ର ସାହୁଙ୍କ କହିବାନୁଯାୟୀ ଯେଉଁ କେତେଗୁଡ଼ିଏ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେଗୁଡ଼ିକ ହେଲା: ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର ଏବଂ ନୂଆପଡ଼ା ।

Leave A Reply

Your email address will not be published.