Latest Odisha News

BREAKING NEWS

ପ୍ରବଳ ବର୍ଷା ଆଶଙ୍କା: ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହିସବୁ ଜିଲ୍ଲା ମାନଙ୍କରେ ସନ୍ଧ୍ୟା ୭:୩୦ ମଧ୍ୟରେ ବଜ୍ରପାତ ସହିିତ ପ୍ରବଳ ବୃଷ୍ଟିପାତ ହେବାର ସତର୍କ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ ।

ଏହିସବୁ ଜିଲ୍ଲା ମାନଙ୍କରେ ଝଡ଼ବର୍ଷା ସମୟରେ ନିରାପଦ ସ୍ଥାନରେ ରହିବା ସହିତ ବାହାରକୁ ନ ବାହାରିବା ଲାଗି ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର କର୍ତ୍ତୃପକ୍ଷ ।

Leave A Reply

Your email address will not be published.