Latest Odisha News

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ,୧୦ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସାଙ୍ଗକୁ ଲଘୁଚାପ ସୃଷ୍ଟି ହୋଇପାରେ । ଘୂର୍ଣ୍ଣିବଳୟ ଧୀରେ ଧରେ ସକ୍ରିୟ ହେଉଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୬ରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିପାରେ ।

ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବ। ୨୬ ରୁ ୨୮ତାରିଖ ଯାଏ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ୨୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ସେହି ସମୟରେ ଉପକୂଳରେ ବର୍ଷାର ପରିମାଣ ଧିରେ ଧିରେ କମିବ । ଆଜି କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.