Latest Odisha News

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ରିପୋର୍ଟ ଅନୁଯାୟୀ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନର ଆଶଙ୍କା ରହିଛି ।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଦିନ ଓଡିଶା ଉପକୂଳ ଛୁଇଁଥିବା ବେଳେ ଏହା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, ମାଲକାନଗିରି, କୋରାପୁଟ, ରାୟଗଡା, ଢେଙ୍କାନାଳ, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଏବଂ କେନ୍ଦୁଝରକୁ ଆଚ୍ଛାଦିତ କରିଛି ।

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ମୌସୁମୀ ବାୟୁ ଓଡିଶାର ଅନ୍ୟ ପ୍ରାନ୍ତରେ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ତେବେ ଏହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସଜୀବି ମାନଙ୍କୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.