Latest Odisha News

BREAKING NEWS

କାଳବୈଶାଖୀ ପ୍ରଭାବ: ଆସନ୍ତା ୧୨ ପର୍ଯ୍ୟନ୍ତ ବର୍ଷିବ !

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି । ଏହା ସତ୍ତ୍ୱେ ଆସନ୍ତା ସେପ୍ଟେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଜାରି ହୋଇଥିବା ସୂଚନା ଅନୁଯାୟୀ କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ନୂଆପଡା, ବଲାଙ୍ଗୀର, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସାଙ୍ଗକୁ କେତେକ ସ୍ଥାନରେ ବଜ୍ରପାତର ସମ୍ଭାବନା ମଧ୍ୟ ରହିଛି ।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ଓ ବଜ୍ରପାତ ସମୟରେ ଘର ତଥା ନିରାପଦ ସ୍ଥାନରୁ ବାହାରକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.