Latest Odisha News

BREAKING NEWS

ଆଉ ୪ ଦିନ କାଳବୈଶାଖୀ ବର୍ଷା, ୩୧ରେ ସାରା ରାଜ୍ୟକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ । ଏପ୍ରିଲ୍ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗାମୀ ୨୪ ଘଣ୍ଟାରେ ଘଡ଼ଘଡ଼ି ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୩୦ ତାରିଖରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୩୧ ତାରିଖରେ କାଳବୈଶାଖୀ, କୁଆପଥର ବର୍ଷା ନେଇ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଏପ୍ରିଲ୍ ୧ ତାରିଖରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ସହ ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଛି ।

Leave A Reply

Your email address will not be published.