Latest Odisha News

BREAKING NEWS

ଗୁଜରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି, ୨୯ ଜଣଙ୍କ ମୃତ୍ୟୁ

ଗାନ୍ଧୀନଗର: ଗୁଜରାଟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି ଉପୁଜିଛି। ପ୍ରବଳ ବର୍ଷା ଲାଗି ରହିଥିବାରୁ ଗତ ଦୁଇଦିନ ମଧ୍ୟରେ ୨ ଦିନରେ ୨୯ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ୧୮ ହଜାର ସୁରକ୍ଷିତ ଉଦ୍ଧାର।

ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଗତ କିଛିଦିନ ହେବ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଆଗାମୀ ଦିନରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବର୍ଷା ଯୋଗୁଁ ଏଠାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ସେହିପରି ଦ୍ବାରିକା, ଆନନ୍ଦ, ବରୋଦା, ରାଜକୋଟ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି।

ଆସନ୍ତା କାଲି ଯାଏଁ ଅତି ପ୍ରବଳ ବର୍ଷା ନେଇ ଆଇଏମଡି ପକ୍ଷରୁ ଆଲର୍ଟ କରାଯାଇଛି। ଗୁଜରାଟର ବରୋଦା, ଉଦୟପୁର, ନର୍ମଦା, ବରୁଚ ଓ ସୁରଟ ସମେତ ଏକାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ତରଫରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ ସତର୍କ କରାଯାଇଛି।

Comments are closed.