Latest Odisha News

BREAKING NEWS

ଘନୀଭୂତ ହେଲା ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଆଜିଠାରୁ ୨ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଏଥିସହିତ ବିଶଷକରି ଉପକୂଳ ଓ ଦକ୍ଷିଣ ଓଡିଶାରେ ବୃଷ୍ଟିପାତ ଲାଗିରହିଛି । ଅନ୍ୟପକ୍ଷରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବ୍ରଜପାତ ହେବାର ସମ୍ଭାବନା ରହିଛି ।

ତେବେ ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ନୂଆପଡା ଓ ନବରଙ୍ଗପୁର ଆଦି ଜିଲ୍ଲାଗୁଡିକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ୟପକ୍ଷରେ ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବି ମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରାଯାଇଛି ।

Leave A Reply

Your email address will not be published.