Latest Odisha News

ଆହୁରି ୩ ଦିନ ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରକୋପ । ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆହୁରି ୩ ଦିନ ପ୍ରବଳ ବର୍ଷା ହେବ । ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସତର୍କ କରାଇ ଦେଇଛି। ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି ।

ପାଣିପାଗ ବିଭାଗ ଅନୁଯାୟୀ, ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଉତ୍ତର ଓଡ଼ିଶାର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବିଶେଷ କରି ୪ଟି ଜିଲ୍ଲାରେ ଅତି ପ୍ରବଳ ଏବଂ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଏବଂ ଅନୁଗୁଳ ଜିଲ୍ଲାରେ ଅତି ପ୍ରବଳ ଏବଂ ଖୋର୍ଦ୍ଧା, କଟକ, ଗଜପତି, ରାୟଗଡ଼ା, ନୟାଗଡ଼, ବୌଦ୍ଧ, ପୁରୀ, ବଲାଙ୍ଗିର, ଜଗତସିଂପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.