Latest Odisha News

BREAKING NEWS

ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣିବଳୟ ଧିରେଧିରେ ଘନୀଭୂତ ହୋଇ ଲଘୁଚାପର ରୂପ ନେଉଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପାଖାପାଖି ୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ତେବେ ଦେଓଗଡ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ ଓ ଯାଜପୁର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏଥିସହିତ ମତ୍ସଜୀବୀ ମାନଙ୍କୁ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ ସୂଚନା ଦିଆଯାଇଛି ।

Leave A Reply

Your email address will not be published.