Latest Odisha News

ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ, ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଲଘୁଚାପ ଆଣୁଛି ବଡ଼ ବର୍ଷା। ଫଳର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ଜୈସାଲମେର୍‌, ଉଦୟପୁର, ପଶ୍ଚିମ ବିଦର୍ଭାର ଲଘୁଚାପ କ୍ଷେତ୍ରର କେନ୍ଦ୍ରସ୍ଥଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସମେତ ବଙ୍ଗୋପସାଗର ଦକ୍ଷିଣପୂର୍ବ, ପୂର୍ବକେନ୍ଦ୍ରୀୟ ଅଞ୍ଚଳ ଦେଇ ଗତି କରୁଛି। ଫଳରେ ଆସନ୍ତା ୫ ତାରିଖରେ ପଶ୍ଚିମକୈନ୍ଦ୍ରୀୟ ଏବଂ ଉତ୍ତରପଶ୍ଚିମ ବଙ୍ଗେପସାଗରରେ ଲଘୁଚାପ କ୍ଷେତ୍ର ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଅନ୍ୟପଟେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା ୮ ଓ ୯ ତାରିଖ ଯାଏଁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ। ଏହାକୁ ନେଇ ସତର୍କ ଜାରି କଲା ପାଣିପାଗ ବିଭାଗ।

Comments are closed.