Latest Odisha News

BREAKING NEWS

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା: ୬ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରୀୟ ଲଘୁଚାପ କ୍ଷେତ୍ର । ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଗତ କାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି | ଏହା ଆହୁରି ଘନୀଭୂତ ହୋଇ ୨୬ରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆଜିଠୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷାର ଚେତାବନୀ ଦେଇଛି ପାଣିପାଗ ବିଭାଗ ।

ଆଜିଠୁ ଆସନ୍ତକାଲି ସକାଳ ଯାଏଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ କଟକ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ପ୍ରବଳ ବର୍ଷା ପ୍ରଭାବରେ ମାଟି କାନ୍ଥ ପଡ଼ିବା, ଉଭୟ କଚ୍ଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବା, ଚାଷ ଜମିରେ ପାଣି ଜମିବା ଏବଂ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବାରୁ ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଆଜିଠୁ ୨୭  ତାରିଖ ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.