Latest Odisha News

BREAKING NEWS

ରାଜ୍ୟରେ ପ୍ରବଳ ବର୍ଷା: ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା। ଆଜି ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଗୁରୁବାର (୧୦ ତାରିଖ)ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ। ୧୩ରୁ ପୁଣି ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳରେ ଘଡ଼ଘଡ଼ି ଓ ପବନ ଆଶଙ୍କା ରହିଛି। ୧୦ ଓ ୧୧ ତାରିଖରେ ବିଶେଷ ବର୍ଷା ସମ୍ଭାବନା ନାହିଁ। ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାର। ୧୨ରେ ଅନେକ ସ୍ଥାନରେ ବର୍ଷା ହୋଇପାରେ, ମାତ୍ର ବଡ଼ ବର୍ଷା ସମ୍ଭାବନା କମ୍‌। ୧୩ରୁ ପୁଣି ବର୍ଷା ପରିମାଣ ବଢ଼ିପାରେ। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Comments are closed.