Latest Odisha News

୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ମୌସୁମୀଜନିତ ବର୍ଷା ଜାରି ରହିବ।

ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପାଇଁ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି । ସେହିପରି ଆସନ୍ତାକାଲି ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

 

Leave A Reply

Your email address will not be published.