Latest Odisha News

ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ହେତୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେନେଇ କେତେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଆଜି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେନେଇ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁଗଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି।

ତେବେ ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ, ଅନୁଗଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ମିଶାଇ ମୋଟ ୧୪ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Comments are closed.