Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ: ଆହୁରୀ ୩ ଦିନ ପ୍ରବଳ ବର୍ଷିବ, ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୩୧ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଗୁରୁବାର ପୂର୍ବକେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ୨୯ ଓ ୩୦ରେ ପ୍ରବଳ ବର୍ଷିବ ।

ଝାଡଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଥିବା ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ। ତେଣୁ ଅଗଷ୍ଟ ୩୦ ଓ ୩୧ ତାରିଖ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପଟରେ ଯେଉଁମାନେ ଏବେ ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ଅଗଷ୍ଟ ୨୯ ତାରିଖ ସୁଦ୍ଧା ଫେରିଆସିବାକୁ କୁହାଯାଇଛି।

Comments are closed.