ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ଆସନ୍ତା ୨-୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଆଡ଼େ ମୁହାଁଇବ।
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସେହିଭଳି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଝଡ଼ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ। ଆସନ୍ତା ୧୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଏହାପରେ ପାଣିପାଗରେ ସାମାନ୍ୟ ପରିବର୍ତ୍ତନ ହେବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
Comments are closed.