Latest Odisha News

୮ଟି ଜିଲ୍ଲାରେ ଝଡ଼ ତୋଫାନ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା, ଝଡ଼ତୋଫାନ ସହ ବଜ୍ରପାତ ହେବାର ସତର୍କ ସୂଚନା ଜାରି କରିଛନ୍ତି ।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ ରାଜ୍ୟର ୮ଟି ଜିଲ୍ଲାରେ ଗୁରୁବାର ସନ୍ଧ୍ୟା ୭ଟା ସୁଦ୍ଧା ଝଡ଼ ତୋଫାନ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ରାଜ୍ୟର ଯେଉଁ ୮ଟି ଜିଲ୍ଲାରେ ବୃଷ୍ଟିପାତର ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡ଼ିକ ହେଲା – ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ବୌଦ୍ଧ, ସୋନପୁର ଏବଂ ବଲାଙ୍ଗୀର ଜିଲ୍ଲା ।

ଏହି ସବୁ ଜିଲ୍ଲାରେ ଧୀବରମାନେ ଗଭୀର ସମୁଦ୍ରକୁ ନଯିବାକୁ ଏବଂ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.