Latest Odisha News

BREAKING NEWS

ଆଗାମୀ ୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ୱର: ଜୁଲାଇ ୧୯ ରୁ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ମାଲକାନଗିରି, ନବରଙ୍ଗପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାସହ ଜୁଲାଇ ୧୯ ରୁ ୨୦ ଯାଏଁ ନୂଆପଡା, ବାଲାଙ୍ଗୀର, ସୋନପୁର, ଅନୁଗୁଳ ଓ ଢେଙ୍କାନାଳ , କେନ୍ଦୁଝର ମୟୂରଭଞ୍ଜ, କଟକ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ, ଦେଓଗଡ ଏବଂ ନବରଙ୍ଗପୁର ଆଦି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିଭଳି ସମ୍ବଲପୁର, ଦେଓଗଡ, ବରଗଡ, କନ୍ଧମାଳ ଏବଂ କାଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କାଳାହାଣ୍ଡି, ନୟାଗଡ଼ ଖୋର୍ଦ୍ଧା ଆଦି ଜିଲ୍ଲାରେ ଜୁଲାଇ ୨୦ ରୁ ୨୧ ତାରିଖ ପର୍ଯ୍ୟନ୍ତ ଘଡଘଡି ସହ ବର୍ଷା ହେବାର ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

ଜୁଲାଇ ୨୧ ରୁ ୨୨ ଯାଏଁ ସୁନ୍ଦରଗଡ, ବରଗଡ, ଝାରସୁଗୁଡା, ଦେଓଗଡ ଏବଂ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲା ଗୁଡିକୁ ଆଗାମୀ ୩ ଦିନ ପାଇଁ ତିନି ଦିନ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।

Leave A Reply

Your email address will not be published.