ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ । ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଆସନ୍ତାକାଲି ତଥା ସୋମବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ତେବେ ଆଜି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ସେହିପରି ଆସନ୍ତାକାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ସହ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
୧୬ ଓ ୧୭ ଏବଂ ୧୮ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଅନ୍ୟ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ଜାରି କରାଯାଇଛି । ଅନ୍ୟପଟେ ୨୦ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ, ଶନିବାର ମାଲକାନଗିରିରେ ୧୮.୨ ମିମି ବର୍ଷା ହୋଇଥିବାବେଳେ, ଭଦ୍ରକରେ ୧୬, ଭୁବନେଶ୍ୱରରେ ୧୫.୨, କଟକରେ ୧୪.୬, ରାୟଗଡ଼ାରେ ୧୨.୨, ପୁରୀରେ ୧୦.୪ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।
Comments are closed.