Latest Odisha News

BREAKING NEWS

ଆସନ୍ତାକାଲିଠୁ ରାଜ୍ୟରେ ଅତିପ୍ରବଳ ବର୍ଷା ସମ୍ଭାବନା…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ଗୁରୁବାରଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହେବାର ସମ୍ଭାବନା ଅଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା/ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଗୁରୁବାରଠାରୁ ଚାରି ଦିନ ପାଇଁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଅଗଷ୍ଟ ୨୧-୨୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର ଏବଂ ବରଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ବର୍ଷା/ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏନେଇ ବିଭାଗ ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି।

ଅଗଷ୍ଟ ୨୧ ତାରିଖରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହି ଝଡ଼ବର୍ଷା ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଅଗଷ୍ଟ ୨୨ରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ରେ ମଧ୍ୟ ବର୍ଷା ନେଇ ଆକଳନ କରାଯାଇଛି।

ଅଗଷ୍ଟ ୨୩-୨୪ରେ ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହିତ ପବନର ବେଗ ୩୦-୪୦ କିଲୋମିଟର ବେଗରେ ପହଂଚି ପାରେ। ସେହିପରି ବରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୁଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ମଧ୍ୟ ବର୍ଷା ନେଇ ଆକଳନ କରାଯାଇଛି।

 

Comments are closed.