Latest Odisha News

ଆହୁରି ଛେଚିବ, ୪ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ଦାନା । ଅବପାତ ଉତ୍ତର ପଶ୍ଚିମ ଦିଗରେ ଓଡିଶା ଦେଇ ଅତିକ୍ରମ କରିବ । ଆହୁରି ଦୁର୍ବଳ ହୋଇ ଆଜି ୟେଲୋ ମାର୍କ ଲୋ ପ୍ରେସରରେ ପରିଣତ ହେବ । ଫଳରେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି ।

ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଆଜି ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଣ୍ଟରରୁ ଅଧିକ ବର୍ଷାହେବା ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ କଟକ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନୁଗୋଳ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

କାଲିଠୁ ପାଗରେ ପରିବର୍ତ୍ତନ ହେବା ନେଇ ଆକଳନ କରାଯାଇଛି ।

ଅନ୍ୟପଟେ ବାତ୍ୟାକୁ ନଜରରେ ରଖି ଗତ ୨୩ ତାରିଖ ଠାରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡା ଜିଲ୍ଲାରେ ସ୍କୁଲ ଗୁଡିକ ବନ୍ଦ ରହିଥିବାଳେ ଆଜି ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

Leave A Reply

Your email address will not be published.