Latest Odisha News

BREAKING NEWS

ବର୍ଷାରେ ସ୍ଥିତି ବେହାଲ, ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଗଜପତି: ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବୁଧବାର ଦିନ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ ।

ଏପରିକି ସବୁ ଅଙ୍ଗନବାଡି କେନ୍ଦ୍ର ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି ।

ମିଳିଥିବା ସୂଚନାନୁଯାୟୀ ବିଦ୍ୟାଳୟଗୁଡିକ ବନ୍ଦ ରହିଲେ ମଧ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କର ଛୁଟି ନାହିଁ ଏବଂ ସେମାନେ ବନ୍ୟା ପ୍ରଭାବିତ ଲୋକଙ୍କ ସହାୟତା କରିବେ । ଏନେଇ ସ୍ଥାନୀୟ ଜିଲ୍ଲାପାଳଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡିଛି ।

ସେହିପରି ଗଞ୍ଜାମରେ ମଧ୍ୟ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସ୍କୁଲଗୁଡିକୁ ମଧ୍ୟ ଛୁଟି ଘୋଷଣା କରାଯାଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.