ଭୁବନେଶ୍ୱର: ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଆଜି ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସେହିପରି ରାଜ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ, ପବନ ସମ୍ଭାବନା ରହିଛି। ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା, ବଜ୍ରପାତ ସହ ୩୦ରୁ ୪୦ କି.ମି ପବନ ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଓ ବଜ୍ରପାତ ପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ୧୭ ଜିଲ୍ଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.