Latest Odisha News

BREAKING NEWS

ଅପରାହ୍ନ ୩ଟା ସୁଦ୍ଧା ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସୁଛି ବଡ ବର୍ଷା । ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି । ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ବଢ଼ିବ ବର୍ଷାର ପରିମାଣ। ଆଜି ପାଇଁ ୧୪ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଏ ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା ଥିବାରୁ  ହେଡକ୍ୱାର୍ଟର ନ ଛାଡିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଏପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ୧୪ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଏହି ଜିଲ୍ଲାଗୁଡିକ ହେଲା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର ଏବଂ ବରଗଡ଼  ।

ଆଜିର ପାଣିପାଗ ସ୍ଥିତି ଦେଖିଲେ ଜଣାଯାଏ ଶନିବାର ଅପରାହ୍ନ ୩ଟା ସୁଦ୍ଧା ୨୩ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଛି ଆଇଏମଡି । ଏଥିସହିତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜାଜପୁର, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଦେବଗଡ, ଅନଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡା, ବରଗଡ, କଳାହାଣ୍ଡି, ସୋନପୁର ଏବଂ ଗଞ୍ଜାମ ଜିଲ୍ଲର କେତେକ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଟୁଇନ ସିଟି ଭୁବନେଶ୍ୱର ଓ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.