Latest Odisha News

BREAKING NEWS

ଆଗାମୀ ୨ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ଯାଏଁ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ଆଗାମୀ ଏକ ସପ୍ତାହ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର ଏବଂ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଦେଓଗଡ ଏବଂ ସୁନ୍ଦରଗଡ ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିଭଳି ଏହି ସମୟ ମଧ୍ଯରେ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସମ୍ବଲପୁର, ଢେଙ୍କାନାଳ, ବୌଦ୍ଧ, ସୋନପୁର, ନୂଆପଡା, ଝାରସୁଗୁଡା, ବରଗଡ, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Comments are closed.