Latest Odisha News

BREAKING NEWS

ସ୍ୱାଭାବିକ ହେବ ମୌସୁମୀ, ୫ରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ରାଜ୍ୟକୁ ଅଗ୍ରସର ହୋଇଥିଲେ ମଧ୍ୟ ଗୁଳୁଗୁଳି ଲାଗି ରହିଛି । ମୌସୁମୀର ନିମ୍ନଚାପ ରେଖା ସ୍ୱାଭାବିକ ଠାରୁ ଦକ୍ଷିଣରେ ରହିଥିବାରୁ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହୋଇପାରେ ।

ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୪ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି । ପ୍ରବଳ ବର୍ଷା ନେଇ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାକୁ ଦିଆଯାଇଛି ୟେଲୋ ଆଲର୍ଟ ।

୫ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

୬ ତାରିଖରେ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

Leave A Reply

Your email address will not be published.