Latest Odisha News

BREAKING NEWS

ରାଜ୍ୟରେ ୫ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଦିନ ପ୍ରାକ୍‌-ମୌସୁମୀ ବର୍ଷା ହୋଇଛି। ଏହା ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ପାଇଁ ବାଟ ଫିଟାଇଛି। ଆଜିଠାରୁ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା (୭୦ରୁ ୧୧୦ ମିମି)ରୁ ଅତିପ୍ରବଳ ବର୍ଷା (୧୧୦ରୁ ୨୦୦ ମିମି) ହେବାର ସମ୍ଭାବନା ରହିଛି । ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ଅନ୍ୟ କିଛି ଅଞ୍ଚଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହେବା ପାଇଁ ଏହା ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି।

ଆଜି ମଧ୍ୟପ୍ରଦେଶ ଓ ଗୁଜରାଟର ଆଉ କିଛି ଅଞ୍ଚଳ ସମେତ ବିଦର୍ଭର ଅବଶିଷ୍ଟ ଅଞ୍ଚଳ, ଛତିଶଗଡ଼, ପଶ୍ଚିମବଙ୍ଗ, ଝାରଖଣ୍ଡ ଓ ବିହାରର ‌କେତେକ ଅଞ୍ଚଳରେ ମୌସୁମୀ ସକ୍ରିୟ ହୋଇଛି। ଆସନ୍ତା ୨ରୁ ୩ ଦିନରେ ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଆଉ କିଛି ଅଞ୍ଚଳ, ଛତିଶଗଡ଼ ଓ ଓଡ଼ିଶାର କେତେକ ଅଞ୍ଚଳ, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାରଖଣ୍ଡର ଅବଶିଷ୍ଟ ଅଞ୍ଚଳରେ ମୌସୁମୀ ସକ୍ରିୟ ହୋଇଯିବ।

ରବିବାରଠାରୁ ରାଜ୍ୟରେ ପ୍ରାକ୍‌-ମୌସୁମୀ ବର୍ଷାର ପ୍ରଭାବ ବଢ଼ିଛି। ଆଜି ଉପକୂଳ ଓଡ଼ିଶା ଯଥା, ବାଲେଶ୍ବର, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ଗଞ୍ଜାମ ଆଦି ଜିଲ୍ଲା ସମେତ ନୟାଗଡ଼, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀର କିଛି କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ କନ୍ଧମାଳ, ଗଞ୍ଜମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ କଟକ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିଭଳି ୨୧ତାରିଖ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗୀର, ସୋନପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

Leave A Reply

Your email address will not be published.