Latest Odisha News

BREAKING NEWS

ଆସନ୍ତା ତିନିଦିନ ପ୍ରବଳ ବର୍ଷା ସମ୍ଭାବନା; ଉପକୂଳ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର:ଆସନ୍ତା ତିନିଦିନ ପ୍ରବଳ ବର୍ଷିବ । ଅଗଷ୍ଟ ୧୬ ତାରିଖ ଓଡ଼ିଶାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୭ ଏବଂ ୧୮ ତାରିଖ ବର୍ଷାର ପରିମାଣ ବଢିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଚେତାବନୀ ଦିଆଯାଇଛି ।

BjdElectrycity

ଆଇଏମଡି ସୂଚନା ଅନୁସାରେ, ଅଗଷ୍ଟ ୧୬ ତାରିଖ ବୁଧବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ଅନ୍ୟରାଜ୍ୟକର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ  । କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନଗୁଳ, ବୌଦ୍ଧ, ନୟାଗଡା, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାରେ ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନଗୁଳ, ସମ୍ବଲପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ  ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଗଷ୍ଟ ୧୭ ତାରିଖ ପାଇଁ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାବ୍ୟତୀତ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବଲାଙ୍ଗୀର ଆଦି ଜିଲ୍ଲା ପାଇଁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅନ୍ୟପକ୍ଷେ ପୁରୀ, ଖୋର୍ଦ୍ଧା,  କଟକ, ଜଗତସିଂହପୁର, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲରେ ୧୮ ତାରିଖ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଅନଗୁଳ ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.