Latest Odisha News

BREAKING NEWS

ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ୩ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ଆଜିଠୁ ତିନି ଦିନ ରାଜ୍ୟରେ ବର୍ଷା ହେବ । ଆସନ୍ତା ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ ।

ଉତ୍ତର ଓଡ଼ିଶାର ତିନି ଜିଲ୍ଲା ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ପ୍ରଭାବ ଅଧିକ ରହିବ ।

କାଲି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

୨୦ ତାରିଖ ବେଳକୁ ସୁନ୍ଦରଗଡ଼, ବଲାଙ୍ଗିର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୋନପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ବି ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ ।

Leave A Reply

Your email address will not be published.