ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗର ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ।
ଉକ୍ତ ଜିଲ୍ଲାଗୁଡିକ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଓ କନ୍ଧମାଳ ଆଦି ଜିଲ୍ଲା ।
ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ବଢିପାରେ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
Comments are closed.