Latest Odisha News

ଆସନ୍ତାକାଲି ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଦିନ ତଥା (ସେପ୍ଟେମ୍ବର ୨୫) ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହାସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ମଧ୍ୟ ସେପ୍ଟେମ୍ବର ୨୮ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ ଏବଂ ପରବର୍ତ୍ତୀ ଦୁଇ ଦିନରେ ସାମାନ୍ୟ ବୃଦ୍ଧି ଘଟିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.