Latest Odisha News

BREAKING NEWS

୫ ଦିନ ଯାଏ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏ ବର୍ଷା ହେବ । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆଜି ପାଇଁ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

ଆସନ୍ତାକାଲି ୬ ତାରିଖରେ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୭ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୮ ତାରିଖରେ ପ୍ରବଳ ବର୍ଷା ନେଇ ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

ସେହିଭଳି ୯ ତାରିଖରେ ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.