Latest Odisha News

BREAKING NEWS

କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜୁଲାଇ ୫ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖ‌ୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହ‌ୋଇପାରେ।

୬ ତାରିଖ ବେଳକୁ କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଏବଂ କେନ୍ଦୁଝରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଜୁଲାଇ ୭ରେ ମାଲକାନଗିରି, କୋରାପୁଟ, କନ୍ଧମାଳ ଏବଂ ଗଞ୍ଜାମରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ।  ସେହିପରି ଗଜପତି,ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ଖ‌ୋର୍ଦ୍ଧା, ନୟାଗଡ଼, କଟକ, ପୁରୀ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଜୁଲାଇ ୮ରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର। ସେହିପରି ଜୁଲାଇ ୯ର‌େ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହ‌ୋଇପାରେ। ତେବେ ଜୁଲାଇ ୧୧ ଯାଏଁ ରାଜ୍ୟର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମଧରଣର ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି।

Leave A Reply

Your email address will not be published.