Latest Odisha News

BREAKING NEWS

୨ ଦିନ ପ୍ରବଳ ବର୍ଷା, ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଫଳରେ ଆଜି ଓ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଦିଆଯାଇଛି। ତେବେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଲା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା। ସେହପରି ଆଜି ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ମାଲକାନଗିରି ଓ କୋରାପୁଟରେ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ସେହିପରି ୨୯ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ବିଜୁଳି ଘଡଘଡି ପ୍ରତି ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେପଟେ ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଏବେବି ରାଜ୍ୟରେ ଅନେକ ଜିଲ୍ଲାରେ ନିଅଁଣ୍ଟିଆ ବର୍ଷା ଦେଖାଦେଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ ଓ ବଲାଙ୍ଗୀରରେ ନିଅଁଟିଆ ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.