ବାରିପଦା: ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ପ୍ରଶାସନ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି।
ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସୋମବାର ଠାରୁ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ତିନି ଦିନ ପାଇଁ ବନ୍ଦ ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଜୁନ୍ ୩୦ ତାରିଖରେ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତର ସମ୍ଭାବନା ରହିଛି। ଯେଉଁଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଜୁଲାଇ ୫ ପର୍ଯ୍ୟନ୍ତ କମଳା ସତର୍କତା ଜାରି କରାଯାଇଛି।
Comments are closed.