Latest Odisha News

BREAKING NEWS

ଲଘୁଚାପ ଘନିଭୂତ: ଓଡ଼ିଶାରେ ପ୍ରବଳ ବର୍ଷାର ସତର୍କ ସୂଚନା

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତୋଟି ଜିଲ୍ଲାରେ ଅତି ପ୍ରବଳ ତଥା ଅନ୍ୟ କେତୋଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ।

ଭୁବନେଶ୍ୱରସ୍ଥିତ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବା ଯୋଗୁଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ରାଜ୍ୟ ୬ଟି ଜିଲା କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲା ମାନଙ୍କରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପାଣିପାଗ କେନ୍ଦ୍ର ଅନ୍ୟ କେତୋଟି ଜିଲ୍ଲାରେ ମଧ୍ୟ ଲଘୁଚାପ ଜନିତ ବର୍ଷା ହେବାର ସତର୍କ ସୂଚନା ଜାରି କରିଛନ୍ତି । ରାଜ୍ୟର କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ବରଗଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବୃଷ୍ଟିପାତ ସମୟରେ ୩୫ରୁ ୪୫ କିମି. ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ଏହି ସମୟରେ ରାଜ୍ୟର ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.