Latest Odisha News

BREAKING NEWS

ପୁଣି ପ୍ରବଳ ବର୍ଷିବ, ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଆଗାମୀ ୧୨ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଗାମୀ ୧୨ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ସେହି ଜିଲ୍ଲା ଗୁଡ଼ିକ ହେଲା – ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ରାୟଗଡ଼ା ଜିଲ୍ଲା ।

ଏହି ସମୟରେ ସମଦ୍ରକୁ ନ ଯିବାକୁ ସତର୍କ କରିବା ସହିତ ନିରାପଦ ସ୍ଥାନମାନଙ୍କରେ ଆଶ୍ରୟ ନେବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.