Latest Odisha News

BREAKING NEWS

ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକ ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ବୁଧବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଭଦ୍ରକ, କଟକ, କେନ୍ଦ୍ରାପଡ଼ା,  ଜଗତସିଂହପୁର, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ଗଜପତି, ରାୟଗଡ଼ା, କୋରାପୁଟ ଓ କଳାହାଣ୍ଡି। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Comments are closed.